ତିନି ଦିନିଆ ଓଡ଼ିଶା ଗସ୍ତରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର; ପୁରୀ ଯାଇ ମହାପ୍ରଭୁଙ୍କୁ କଲେ ଦର୍ଶନ ।

ଅକ୍ଷର ବ୍ୟୁରୋ: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର । ସିଇସି ଶ୍ରୀ କୁମାର ଭୁବନେଶ୍ୱର ବିମାନବନ୍ଦରରେ ପରିବାର ସହିତ ପହଞ୍ଚିବା ପରେ ସେ ପରିବାର ସହ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ନେଇଛନ୍ତି । ମୁଖ୍ୟ ନିର୍ବାଚନ ଆୟୁକ୍ତଙ୍କ ଗସ୍ତକୁ ଆଖି ଆଗରେ ରଖି ଆଜି ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ତାଙ୍କ ସାଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ । ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ କୋଣାର୍କ ମଧ୍ୟ ଗସ୍ତ କରିବେ । ସେହିପରି ୨୮ତାରିଖର ରଘୁରାଜପୁର, ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ୨୯ତାରିଖ ଅପରାହ୍ଣ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ୍‌ସ୍ତରୀୟ ଅଧିକାରୀଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ କରିବେ । ସେହିଦିନ ରାତିରେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବା ନେଇ ସୂଚନା ରହିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)