କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୋକ । ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି । ଦିବଙ୍ଗତ ଆତ୍ମାର ଶାନ୍ତି କାମନା ସହ ସମବେଦନା ଜଣାଇଛନ୍ତି । ଆଉ ନାହାନ୍ତି ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠ ଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ଅଭିଜିତ ମଜୁମଦାର । ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଭଲ ନଥିଲା । ଲିଭର ଜନିତ ସମସ୍ୟାରେ ସେ ପୀଡିତ ଥିଲେ । ତାଙ୍କର ସ୍ୱାସ୍ଥ୍ୟ ଅଧିକ ଖରାପ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଆଜି ସକାଳ ୯.୦୨ ମିନିଟରେ ତାଙ୍କର ମୃତ୍ୟୁ ହୋଇଛି । ମଲ୍ଟି ଅର୍ଗାନ ଫେଲ ହେବା ଯୋଗୁ କୋମାରେ ଥିଲେ ଅଭିଜିତ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)