ଅକ୍ଷର ବ୍ୟୁରୋ: ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ସ୍ଥିତ ଓୟୁଏଟିର ଓଡ଼ିଶା କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହିତ ୪୨୫ କୋଟି ଟଙ୍କାର ନୂତନ ଜଳସେଚନ କାର୍ଯ୍ୟର ଉଦ୍ଘାଟନ ଏବଂ ୨୦୬୩ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଗୁରୁବାର ଦିନ ରାଜ୍ୟସ୍ତରୀୟ ନିଯୁକ୍ତି ମେଳାର ଆୟୋଜନ ହୋଇଛି । ଏଥିରେ ନୂତନ ଭାବେ ଚୟନ ହୋଇଥିବା ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ତ୍ତ ବିଭାଗ, ଜଳ ସମ୍ପଦ ବିଭାଗ ନଗର ଉନ୍ନୟନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି ।
ଜଳ ସମ୍ପଦ ବିଭାଗର ୨୫୨ ଜଣ, ପୂର୍ତ୍ତ ବିଭାଗର ୧୯୭ ଜଣ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୧୪୨ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଛି । ଏହାସହ ୪୨୫ କୋଟି ଟଙ୍କାର ନୂତନ ଜଳ ସେଚନ ପ୍ରକଳ୍ପର ଉଦଘାଟନ ଏବଂ ୨୦୬୩ କୋଟି ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭିସି ଜରିଆରେ ଏହି ସବୁ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିର ଏହି କାର୍ଯ୍ୟକ୍ରମରେ ପୂର୍ତ୍ତ ମନ୍ତ୍ରୀ ପୃଥିବୀରାଜ ହରିଚନ୍ଦନ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳ ସମ୍ପଦ ବିଭାଗ ଅନୁ ଗର୍ଗ ଏବଂ ପ୍ରମୁଖ ସଚିବ ନଗର ଉନ୍ନୟନ ବିଭାଗ ଉଷା ପାଢ଼ୀ ଉପସ୍ଥିତ ରହିଥିଲେ ।












Leave a Reply