ଅକ୍ଷର ବ୍ୟୁରୋ: ମଙ୍ଗଳବାର ଅନୁଷ୍ଠିତ ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି । ଦୁର୍ନୀତି ହଟାଇ ସଚ୍ଚୋଟ ଏବଂ ସାଧୁତା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏପରିକି ଜିଲ୍ଲାପାଳମାନଙ୍କୁ ଅଧିକ କ୍ଷେତ୍ର ପରିଦର୍ଶନ କରି ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି । ଅଧିକାରୀଙ୍କୁ ଜିଲ୍ଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ତୁରନ୍ତ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ସରକାରୀ ବିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସୋସିଆଲ ମିଡିଆ ଜରିଆରେ ସରକାରୀ ସୂଚନାକୁ ବ୍ୟାପକ କରିବାକୁ ସମ୍ମିଳନୀରେ କୁହାଯାଇଛି । ଅନ୍ୟପକ୍ଷେ ଗାଦି ମଡ଼ା ବାବୁଙ୍କୁ ଚିହ୍ନଟ କରି ତୁରନ୍ତ ବଦଳାଇବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜିଲ୍ଲାପାଳମାନଙ୍କୁ ୯ଟି ଟାସ୍କ:












Leave a Reply