ଅକ୍ଷର ବ୍ୟୁରୋ: କ୍ଷୋଭ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କ୍ଷୋଭ ପ୍ରକାଶ । ଦୁର୍ନୀତିରେ ଯୁବ ଅଧିକାରୀଙ୍କ ସଂପୃକ୍ତି ନେଇ ସେ କହିଛନ୍ତି, ସରକାରୀ ଅଧିକାରୀ ହୋଇ ଲୋକଙ୍କ ସେବା କରିବେ ସ୍ୱପ୍ନ ଦେଖିଥିଲେ, ସ୍ୱଚ୍ଛ ସେବା ଦେବେ ବୋଲି କହୁଥିଲେ, କିନ୍ତୁ ତାହା କମ ପ୍ରତିଫଳିତ ହେଉଛି । IAS, OAS ପରୀକ୍ଷାରେ ରାଙ୍କ୍ ରଖି ଖବରକାଗଜରେ ପ୍ରଶଂସିତ ହେଉଥିଲେ । ଦୁର୍ନୀତି କରି ଜେଲ ଯିବାର ଖବର ସେହି ଖବରକାଗଜରେ ଆସୁଛି । କେବଳ କିଛି ଟଙ୍କା ପାଇଁ ନିଜ ଆଦର୍ଶ ଆଉ ବିଚାରଧାରାକୁ ବିକି ଦେଉଛନ୍ତି । ଏହାଦେଖି ରାଜ୍ୟବାସୀ ଚିନ୍ତିତ ହୋଇ ପଡୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହ ସେ କହିଛନ୍ତି, ଏଭଳି ଅଧିକାରୀଙ୍କୁ ସାବଧାନ କରିଦିଅନ୍ତୁ, ଭିଜିଲାନ୍ସ କ୍ଷମା ଦେବନି, କି ଛାଡ଼ିବନି ।
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କ୍ଷୋଭ ।












Leave a Reply