ଅକ୍ଷର ବ୍ୟୁରୋ: ଆଜି ଅବସର ନେବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ତାଙ୍କ ପାଇଁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ପତ୍ନୀ ତଥା ଅବସରପ୍ରାପ୍ତ ପ୍ରାଶାସନିକ ଅଧିକାରୀ ଆରତୀ ଆହୁଜା ମଧ୍ୟ ଉପସ୍ଥିତ ଥିଲେ । ଉଭୟ ସେମାନଙ୍କର ପ୍ରଶାସନିକ କ୍ୟାରିୟର ଭିତରେ ଓଡ଼ିଶାକୁ ଗଭୀର ଭାବେ ଭଲ ପାଇବା ସଂପର୍କରେ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ । ଓଡ଼ିଶାର ବିକାଶ ଓ ଭବିଷ୍ୟତ ପାଇଁ ସେ ସକରାତ୍ମକ ଅଭିବ୍ୟକ୍ତି ଓ ଦୃଢୋକ୍ତି ପ୍ରକାଶ କରିଥିଲେ । ସମସ୍ତ ପ୍ରଶାସନିକ ଅଧିକାରୀମାନଙ୍କୁ ସେମାନଙ୍କର ଆଗାମୀ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ମନୋଜ ଆହୁଜା ଅବସର ନେବା ପରେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ବ ନେବେ । ଏବେ ଉନ୍ନୟନ କମିସନର ଥିବା ଅନୁ ଗର୍ଗ, ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ତୁଲାଇବେ । ଏଥିସହ ସେ ହେବେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ । ୨୦୨୪ରୁ ମୁଖ୍ୟ ଶାସନ ସଚିବ ଥିବା ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଡିସେମ୍ବର ୩୧ରେ ସରୁଛି ।
ଆଜି ଅବସର ନେବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା; ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ ଅନୁ ଗର୍ଗ ।












Leave a Reply