SCB ମେଡିକାଲ ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ; ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ ବୋଲି ଜଣାପଡ଼ିଛି । ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। ଗୁରୁତର ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି । ନିଆଁ ଲିଭାରେ ଦମକଳ ବାହିନୀ ନିୟୋଜିତ ଅଛନ୍ତି । ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି । SCB ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି । ମେଡିକାଲ ବୁଲି ଦେଖିବା ପରେ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)