ଅକ୍ଷର ବ୍ୟୁରୋ: ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହନଶୀଳତା । କଡା ଆଭିମୁଖ୍ୟ ଜାରି ରଖି ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ । ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରେ ଯୋଗଦେଇଥିଲେ । ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କର ଅନେକ ନିଷ୍ପତ୍ତିରେ ଅନିୟମିତତାର ତଥ୍ୟ ଆସିଥିଲା । ଜମିଜମା ସମ୍ପର୍କିତ ଅନେକ ନିଷ୍ପତ୍ତି ସମ୍ବନ୍ଧରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ତଦନ୍ତ କରାଯାଇଛି ଏବଂ ଏହି ତଦନ୍ତରୁ ବିଭିନ୍ନ ଅନିୟମିତତା ସ୍ପଷ୍ଟ ଭାବେ ପ୍ରକାଶ ପାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଚିତ୍ତରଞ୍ଜନ ପିଲ୍ଲାଙ୍କୁ ସରକାରୀ ସେବାରୁ ବରଖାସ୍ତ କରିଛନ୍ତି ।
ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ; ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ ।













Leave a Reply