ଅକ୍ଷର ବ୍ୟୁରୋ: ଅନ୍ତ୍ୟୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥି ସହିତ ନୂତନ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାର କିଛି ହିତାଧିକାରୀ ଯୋଗ ଦେଇଛନ୍ତି । କଳାହାଣ୍ଡି ଓ ନୂଆପଡା ଜିଲ୍ଲା ବ୍ୟତୀତ ଆଜି ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଓ ଦ୍ୱିତୀୟ ପର୍ଯ୍ୟାୟରେ ୫୦ ହଜାର ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି । ଆଜି ତୃତୀୟ ପର୍ଯ୍ୟାୟରେ ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି । ଏହି ଯୋଜନାରେ ୫ ଲକ୍ଷ ହିତାଧିକାରୀଙ୍କୁ ଘର ଦେବାକୁ ଲକ୍ଷ ରଖିଛନ୍ତି ରାଜ୍ୟ ସରକାର ।
ସୂଚନାଯୋଗ୍ୟ, ଗ୍ରାମଞ୍ଚଳରେ ସୁଶାସନକୁ ଆହୁରି ଦକ୍ଷ ଓ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଲୋକସେବା ଭବନରେ ଆଭାସୀ ମାଧ୍ୟମରେ ରାଜ୍ୟରେ ୪୭୧ଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭୂମି ପୂଜନ ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ କିସ୍ତି ବଣ୍ଟନ କରିଛନ୍ତି । ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ବ୍ୟତୀତ ରାଜ୍ୟର ୨୮ଟି ଜିଲ୍ଲାରେ ୪୭୧ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା ସହିତ ୪୮,୬୯୩ ଜଣ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ପ୍ରଥମ କିସ୍ତି ବାବଦରେ ୪୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି ।












Leave a Reply