ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ; ୧୨ ହଜାର କୋଟି ଟଙ୍କା ବ୍ୟୟବରାଦରେ ହେବ ୨୨୦୦ ବିଦ୍ୟାଳୟ ।

ଅକ୍ଷର ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ବାଣପୁର ମାଟିରୁ ଗୁଣାତ୍ମକ ଶିକ୍ଷାର ଭିତ୍ତି ପ୍ରସ୍ତର ସ୍ଥାପନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ସ୍ଥାପନ କରିଛନ୍ତି । ବାଣପୁରରୁ ପ୍ରାୟ ୩୦ ଜିଲ୍ଲାର ୧୧୮ ସ୍କୁଲର ଭିତ୍ତିପ୍ରସ୍ତର ପଡ଼ିଛି । ପ୍ରଥମ ପର୍ଯ୍ୟାୟରେ ୨୨୦୦ ବିଦ୍ୟାଳୟକୁ ସୁଦୃଢ଼ କରିବା ପାଇଁ ଖର୍ଚ୍ଚ ହେବ ୧୨ ହଜାର କୋଟି ଟଙ୍କା । ଆଗାମୀ ଚାରି ବର୍ଷ ଅର୍ଥାତ୍ ୨୦୨୫-୨୬ରୁ ୨୦୨୮-୨୯ ଆର୍ଥିକ ବର୍ଷରେ ସମସ୍ତ କାମ ସାରିବାକୁ ଲକ୍ଷ୍ୟ ରଖା ଯାଇଛି । ଏହି ବିଦ୍ୟାଳୟଗୁଡ଼ିକ ଗ୍ରାମପଞ୍ଚାୟତର ଏପରି ଏକ ଗାଁରେ ସ୍ଥାପିତ କରାଯିବ, ଯେଉଁଠାରେ ଅନୁନ୍ୟ ୫ ଏକର ଜମି ଉପଲବ୍ଧ ଥିବା ସହିତ ଗମନାଗମନର ସୁବିଧା ଥିବ । ପଞ୍ଚାୟତର ମଧ୍ୟସ୍ଥଳରେ ଅନ୍ୟୁନ ୫ ଏକର ଜମି ଉପଲବ୍ଧ ଥିବା ସର୍ବବୃହତ ଗ୍ରାମକୁ ପ୍ରାଥମିକତା ଦିଆଯିବ । ଏହି କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ପୁରୀ ସାଂସଦ ସମ୍ବିତ ପାତ୍ର, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଉପସ୍ଥିତ ଥିଲେ ।​​​​​​​

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)