ପଶ୍ଚିମବଙ୍ଗ ପୀଡ଼ିତା ଡାକ୍ତରୀ ଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଅକ୍ଷର ବ୍ୟୁରୋ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ପୀଡ଼ିତା ଡାକ୍ତରୀ ଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୀଡ଼ିତାଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଚିନ୍ତା କରନି, ଧୈର୍ଯ୍ୟ ଧର, ଓଡ଼ିଶା ସରକାର ତୁମ ସହିତ ଅଛନ୍ତି । ଦୋଷୀ ନିଶ୍ଚିତ ଭାବରେ ଦଣ୍ଡ ପାଇବେ କହିଲେ ମୁଖ୍ୟମନ୍ତ୍ରୀ । ପାଠ ପଢ଼ିବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ । ପୀଡ଼ିତାଙ୍କ ମାଆଙ୍କ ସହ ବି କଥା ହେଲେ ମୁଖ୍ୟମନ୍ତ୍ରୀ । ଘଟଣାରେ ସଂପୃକ୍ତ ଅପରାଧୀମାନେ ଯେପରି ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇବେ ସେଥିପାଇଁ ଓଡ଼ିଶା ସରକାର ଉଦ୍ୟମ ଜାରି ରଖିଛନ୍ତି । ସେହିପରି ସେଠାରେ ଉପସ୍ଥିତ ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।

ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷା କରି ପୀଡ଼ିତାକୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ ସହ ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍‌ ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପୂର୍ବରୁ ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କ ବାପାଙ୍କ ସହିତ ମଧ୍ୟ କଥା ହୋଇଥିଲେ । ଘଟଣାରେ ସମ୍ପୃକ୍ତ ସମସ୍ତ ୫ ଅଭିଯୁକ୍ତଙ୍କୁ ପଶ୍ଚିମବଙ୍ଗ ପୁଲିସ ଗିରଫ କରିଛି । ଅଭିଯୁକ୍ତମାନଙ୍କୁ ପୁଲିସ ରିମାଣ୍ଡରେ ନେଇଛି । ଜଣେ ଅଭିଯୁକ୍ତଙ୍କ ବାପା ତୃଣମୂଳ କଂଗ୍ରେସର କର୍ମକର୍ତ୍ତା ବୋଲି ଜଣାପଡ଼ିଛି । ଏହିଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ କାଲି ସନ୍ଧ୍ୟାରେ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ପୀଡ଼ିତାଙ୍କୁ ଭେଟିଛନ୍ତି । ଓଡ଼ିଶାରୁ ଯାଇଥିବା ମହିଳା କମିସନଙ୍କ ଏକ ଟିମ୍‌ ମଧ୍ୟ ଘଟଣା ଉପରେ ନଜର ରଖିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)