ଆଜି ସହିଦ୍ ବାଜି ରାଉତଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ବିଧାନସଭା ପରିସରରେ ଥିବା ବାଜି ରାଉତଙ୍କ ପ୍ରତିମୂର୍ତ୍ତୀରେ ଫୁଲମାଳ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ବିଧାୟକ ବାବୁ ସିଂ, ଅନନ୍ତ ନାରାୟଣ ଜେନା , ଯୁବ ନେତା ଜଗନ୍ନାଥ ପ୍ରଧାନଙ୍କ ସମେତ ବହୁ ଅଧିକାରୀ ଏବଂ ସାମାଜିକ କର୍ମୀ ମଧ୍ୟ ଯୋଗଦେଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ମାତ୍ର ୧୨ବର୍ଷ ବୟସରେ ଦେଶପାଇଁ ପ୍ରାଣବଳି ଦେଇ ଇତିହାସ ସୃଷ୍ଟି କରିଥିବା ଶହୀଦ ବୀର ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଭକ୍ତିପୂତ ପ୍ରଣାମ । ସେପଟେ ସହିଦଙ୍କ ଗାଁ ଢେଙ୍କାନାଳ ନୀଳକଣ୍ଠପୁର ଭୁବନରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳନ କରାଯାଉଛି ।
ସହିଦ୍ ବାଜି ରାଉତଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତି ।












Leave a Reply