୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନରେ ୨ ଜଣଙ୍କର ପ୍ରାଣହାନି ଘଟିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି । ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦେବାକୁ ଗଜପତି ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF)ରୁ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ମୃତକ ଦ୍ୱୟ ହେଲେ ବସ୍ତ୍ରୀଗୁଡ଼ାର ତ୍ରିନାଥ ନାୟକ ଓ ମେରିପଲ୍ଲୀର ଲକ୍ଷ୍ମଣ ନାୟକ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)