୩ଦିନିଆ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।

୩ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବାକୁ ଭୁବନେଶ୍ୱର ବିମାନ ବନ୍ଦରରେ ଜୋରଦାର ଭିଡ ଲାଗିଥିଲା। ଏହି ୩ ଦିନିଆ ଗସ୍ତବେଳେ ସେ ନିବେଶକଙ୍କ ସମ୍ମିଳନୀରେ ସାମିଲ ହୋଇଥିଲେ। ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ମଧ୍ୟ କରିଥିଲେ। ଓଡିଶାକୁ ପୁଞ୍ଜିନିବେଶ ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୧୩ଟି ଏମ୍‌.ଓ.ୟୁ ସ୍ୱାକ୍ଷରିତ, ୧୫ଟି ନିବେଶ ପ୍ରସ୍ତାବ ରାଜ୍ୟକୁ ଆସିବ। ସମୁଦାୟ ୧ ଲକ୍ଷ ୩ହଜାର ୯୦କୋଟି ଟଙ୍କାର ପୁଞ୍ଜିନିବେଶ ସହ ରାଜ୍ୟରେ ୯୫ ହଜାର ୯୧୫ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଦିଲ୍ଲୀ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ ଓ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)