ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

ଦେବଗଡ ଜିଲ୍ଲା ତିଲେଇବଣି ବ୍ଲକ ସୁଗୁଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୪୫ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୩୧ଟି ବ୍ୟକ୍ତିଗତ ଏବଂ ୧୪ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ମଧୁବାବୁ ପେନସନ, ସୁଭଦ୍ରା ଯୋଜନା, ନଳକୂପ, ୦. ୦୪ ଜମିର ପଟ୍ଟା, ଜମି ଚିହ୍ନଟ କରିବା ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ଼ିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପ ଜ଼ିଲ୍ଲାପାଳ ପରକ୍ଷିତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀଣି ତିଲେଇବଣି ପ୍ରିୟଦର୍ଶିନୀ ମିର୍ଦ୍ଦା, ତହସିଲଦାର କର୍ଣ୍ଣ ମଲ୍ଲିକ, ସହକାରୀ ଜ଼ିଲ୍ଲାପାଳ ହେମନ୍ତ ସିଂ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)