ଦେବଗଡ଼ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ।

ଦେବଗଡ଼ ରିଆମାଳ ବ୍ଲକ୍ କଲ୍ୟାଣ ମଣ୍ଡପ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ଆସିଥିବା ୨୦ଟି ଅଭିଯୋଗ ଶୁଣାଣି କରି ଏହା ଉପରେ ଆବଶ୍ୟକୀୟ ପଦକ୍ଷେପ ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିରରେ ୯ଟି ବ୍ୟକ୍ତିଗତ ସମସ୍ୟା ଏବଂ ୧୧ଟି ସାମୁହିକ ସମସ୍ୟା ରହିଥିଲା। ଘର ଡିହ, ଖେଳ ପଡ଼ିଆ ଉନ୍ନତି କରଣ, ଚେକ୍ ଡ୍ୟାମ, କଂକ୍ରିଟ ରାସ୍ତା, ଓ ପୋଖରିର ଉନ୍ନତି କରଣ ପାଇଁ ଜନସାଧାରଣ ମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅଭିଯୋଗ ଗୁଡ଼ିକ ଶୁଣିବା ପରେ ଏଗୁଡ଼ିକ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଶ୍ରୀସାହୁ ସଂପୃକ୍ତ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନାଜି ରାଓସ୍ଵ, ଉପଜିଲ୍ଲାପାଳ ପରକ୍ଷିତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିଆମାଳ ଆଦିତ୍ୟ ପଣ୍ଡା, ସହକାରୀ ଜିଲ୍ଲାପାଳ ହେମନ୍ତ ସିଂ, ତହସିଲଦାର ଓ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)