ଆରମ୍ଭ ହୋଇଛି କଟକର ଐତିହାସିକ ବାଲିଯାତ୍ରା; ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଅକ୍ଷର ବ୍ୟୁରୋ: ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା । ବାଲିଯାତ୍ରାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅତିଥି ଭାବେ ସାମିଲ ହୋଇଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ । ଉଦଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ବାଲିଯାତ୍ରା ଓଡିଆ ଜାତିର ସାହସ, ଦୃଢସଙ୍କଳ୍ପ ଓ ସାମୁଦ୍ରିକ ବାଣିଜ୍ୟ ସଂସ୍କୃତିର ଜୀବନ୍ତ ସ୍ମୃତି । କଟକ ସହରକୁ ତାରକସି ହବରେ ପରିଣତ କରାଯିବ, ମହାନଦୀ ରିଭର ଫ୍ରଣ୍ଟ ଯୋଜନାରେ କଟକ ମହାନଦୀ ତଟର ସୋନ୍ଦର୍ଯ୍ୟକରଣ ପାଇଁ ୨୦୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି । ବାଲିଯାତ୍ରା ଅୟୋଜନ ପାଇଁ ସରକାରୀ ଅନୁଦାନକୁ ୨ କୋଟିରୁ ୧୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ସଭା ପରେ ବାଲିଯାତ୍ରା ଷ୍ଟଲ୍ ପରିଦର୍ଶନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏ ବର୍ଷର ବାଲିଯାତ୍ରା ବହୁତ ଆକର୍ଷଣୀୟ ହୋଇଛି’ ।  

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାଲିଯାତ୍ରା ସ୍ମରଣିକା ଉନ୍ମୋଚନ କରିବା ସହିତ ଇଣ୍ଡୋନେସିଆର ରାଷ୍ଟ୍ରଦୂତଙ୍କୁ କଟକ ତାରକସି କାମର ଏକ ବୋଇତ ଉପହାର ଦେଇ ସମ୍ବର୍ଦ୍ଧିତ କରିଥିଲେ । ମହାନଦୀ ପଠାରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ସର୍ବବୃହତ ବାଣିଜ୍ୟିକ ମହାକୁମ୍ଭ । କିଣା ବିକା ସହ ଖାଇବା ପିଇବାର ପସରା ମେଲିଛି ନଦୀ ପଠାରେ । ପ୍ରତିଦିନ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଆୟୋଜିତ ହେବ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ । ପ୍ରଥମ ଦିନରେ ବାଲିଯାତ୍ରାରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି ।  

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)