ମେ’ ଦ୍ୱିତୀୟ ସପ୍ତାହରେ ବାତ୍ୟା ସମ୍ଭାବନା; ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା ।

ଅକ୍ଷର ବ୍ୟୁରୋ: ମେ ଦ୍ୱିତୀୟ ସପ୍ତାହରେ ବାତ୍ୟା ସମ୍ଭାବନା । ମେ’ ମାସ ଦ୍ୱିତୀୟ ସପ୍ତାହ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ବଙ୍ଗୋପସାଗର ଏବେ ଅଶାନ୍ତ ହେବାକୁ ଯାଉଛି, ଯାହା ଆଗାମୀ ଦିନରେ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ଆକଳନ କରୁଛି ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ ବା ଜିଏଫଏସ । ମେ ୧୧ରୁ ୧୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ-ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରେ ତାହା ଘନୀଭୂତ ହୋଇ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ତାହା ଅଧିକ ଘନୀଭୂତ ହୋଇ ସାଇକ୍ଲୋ ଜେନିସିସର ରୂପ ନେବାର ସମ୍ଭାବନା ରହିଥିବା ଆକଳନ କରିଛି ଜିଏଫଏସ । କିନ୍ତୁ ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନାହିଁ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)