ଅକ୍ଷର ବ୍ୟୁରୋ: ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ଦକ୍ଷିଣ ମିଆଁମାର ଉପକୂଳ ଏବଂ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆଜି ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି IMD । ଅନ୍ୟପଟେ ଆଜି ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି; ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।












Leave a Reply