ଅକ୍ଷର ବ୍ୟୁରୋ: ବିଜୁ ଜନତା ବରିଷ୍ଠ ନାଗରିକ ସେଲ ଉପ ସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ । ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର । ଦଳ ତାଙ୍କୁ ଗୁରୁତ୍ୱ ଦେଉନଥିବା ଦର୍ଶାଇ ଇସ୍ତଫା ଦେଇଥିବା ସୂଚନା । ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ କାରଣ ଦର୍ଶାଇଛନ୍ତି । ନବୀନଙ୍କୁ ଲେଖଥିବା ଚିଠିରେ ଦେବାଶିଷ ସାମନ୍ତରାୟ କହିଛନ୍ତି, ଦଳର ପୁନର୍ଗଠନ ବେଳେ ତାଙ୍କୁ ବରିଷ୍ଠ ନାଗରିକ ସେଲର ଉପସଭାପତି ପଦ ଦିଆଯାଇଥିଲା । ହେଲେ ଏହି ଉପସଭାପତି ପଦର ରାଙ୍କ କଣ ସେ ଜାଣିପାରୁନଥିବା କହିଛନ୍ତି । ଏଭଳି ପଦ ଦିଆଯାଇ ତାଙ୍କୁ ଅପମାନିତ କରାଯାଇଥିବା ମଧ୍ୟ ଏହି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଦେବାଶିଷ ସାମନ୍ତରାୟ ।
ଅନ୍ୟପଟେ ବିଜେଡି ସମ୍ପର୍କରେ ଏହି ଚିଠିରେ ଦେବାଶିଷ ଲେଖିଛନ୍ତି ଯେ, ବିଜେଡି ଗୋଟିଏ ନୂଆ ଚିନ୍ତାଧାରା ସହ ଆଗକୁ ବଢ଼ୁଛି । ଯାହାକୁ ନେଇ ସେ ନିରାଶ ଅଛନ୍ତି । ତେବେ ନବୀନ ହିଁ ହଜାର ହଜାର କର୍ମୀଙ୍କ ପାଇଁ ଏକମାତ୍ର ଆଶା ବୋଲି କହିଛନ୍ତି ଦେବାଶିଷ । ଦୀର୍ଘ ଦିନ ହେଲା ବିଜେଡି ଆଉ ଦେବାଶିଷଙ୍କ ଭିତରେ କିଛି ବି ଠିକ୍ ନାହିଁ । ୨୦୨୪ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ହୋଇଥିଲା । ନିର୍ବାଚନରେ ହାର ଜିତ ରହିଥାଏ । ମାତ୍ର ଦଳ ଏହାକୁ ଗ୍ରହଣ କରି କୌଣସି ପଦକ୍ଷେପ ନେବା ବଦଳରେ ଅଣଦେଖା କରି ଚାଲିଛି । ଯାହାକୁ ନେଇ ଦେବାଶିଷ ସାମନ୍ତରାୟ ଅସନ୍ତୁଷ୍ଟ ଅଛନ୍ତି ।












Leave a Reply