ଅକ୍ଷର ବ୍ୟୁରୋ: ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ବାଣିଜ୍ୟ ଓ ପରିବହନ ବିଭାଗ । ଏନ୍ଫୋର୍ସମେଣ୍ଟକୁ କଡ଼ାକଡ଼ି କରିବାକୁ ମାର୍ଗଦର୍ଶିକାରେ ଗୁରୁତ୍ୱ । ମଦ୍ୟପାନଜନିତ ଦୁର୍ଘଟଣା ରୋକିବାକୁ ପର୍ଯ୍ୟଟକଙ୍କ ବ୍ରେଥ୍ ଆନାଲାଇଜର ଟେଷ୍ଟ । ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଓଭରଲୋଡିଂ, ଅସୁରକ୍ଷିତ ପରିବହନ, ଯାନର ବେଆଇନ୍ ବ୍ୟବହାର କଲେ ଆକ୍ସନ । ପ୍ରମୁଖ ବଣଭୋଜି ସ୍ଥଳରେ ମୁତୟନ ହେବେ ସ୍ବତନ୍ତ୍ର ଏନ୍ଫୋର୍ସମେଣ୍ଟ ଟିମ୍ । ପିକନିକ୍ ସ୍ପଟ୍ର ପ୍ରବେଶ ଓ ପ୍ରସ୍ଥାନ ପଥରେ ଯାଞ୍ଚ କରାଯିବ ।
ପିକନିକ୍ ବାହାରୁଥିବା ଗାଡ଼ିଗୁଡ଼ିକ RTOଙ୍କ ଠାରୁ ପରମିଟ୍ ନେବା ଆବଶ୍ୟକ । ପିକନିକ୍ ଯାଉଥିବା ଗାଡ଼ିରେ ସମସ୍ତ ଡକ୍ୟୁମେଣ୍ଟ ରହିବା ଜରୁରୀ । କୁହୁଡ଼ିକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ସଚେତନତା ଗ୍ରହଣ କରାଯିବ । ଅନୁଗୁଳ, ବାଲେଶ୍ବର, ତାଳଚେର ଭୁବନେଶ୍ଵରରେ AQI ଅଧିକ ରହୁଛି । ଭୁବନେଶ୍ୱର ଅବସ୍ଥା ବିପଦଜନକ। ଲୋକେ ସଚେତନ ହେବା ଆବଶ୍ୟକ । ପଦକ୍ଷେପ ନେବାକୁ ରାଜ୍ୟରେ ପ୍ରଦୂଷଣ ବଢିବା ପରେ ପରିବହନ ବିଭାଗକୁ ଅନୁରୋଧ କରାଯାଇଥିଲା । କିନ୍ତୁ ଏତିକି ପଦକ୍ଷେପ ବି ଯଥେଷ୍ଟ ନୁହେଁ । ଲୋକେ ସତର୍କ ରହିବାକୁ ପଡିବ । ଖୁବଶୀଘ୍ର ଅର୍ବାନ, ଇଣ୍ଡଷ୍ଟ୍ରି, ପରିବହନ ବିଭାଗ, ଶିଳ୍ପ ବିଭାଗ ସହ ସମନ୍ୱୟ ବୈଠକ ବସିବ । ଖଣି ଅଞ୍ଚଳରେ ୱାଟର ସ୍ପ୍ରୀଙ୍କଲାର ସଠିକ ଭାବେ କାମ କରୁଛି ନା ନାହିଁ ତଦନ୍ତ ହେବା ଆବଶ୍ୟକ ରହିଛି । ସଠିକ ଭାବେ ଏସ୍ଓପି ପାଳନ ହେଉଛି ନା ନାହିଁ ତର୍ଜମା କରିବାକୁ ନିର୍ଦ୍ଦେଶ ରହିଛି ।













Leave a Reply