ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଜ୍ଞାନୀଙ୍କ ସୂଚନା ମୁତାବକ ଏକ ଟ୍ରଫ୍ ଦକ୍ଷିଣ ପାକିସ୍ତାନରୁ ରାଜସ୍ଥାନର କେନ୍ଦ୍ରୀୟ ଅଂଶ, ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଦେଇ ବାଂଲାଦେଶର କେନ୍ଦ୍ରୀୟ ଅଂଶ ପର୍ଯ୍ୟନ୍ତ ବ୍ୟାପିଛି, ଦକ୍ଷିଣ ଉତ୍ତର ପ୍ରଦେଶ ଏବଂ ପଡ଼ୋଶୀ ଝାଡ଼ଖଣ୍ଡ, ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗର କେନ୍ଦ୍ରୀୟ ଅଂଶ ଉପରେ ନିମ୍ନ ଚାପ କ୍ଷେତ୍ର ସହିତ ଘୂର୍ଣ୍ଣିବଳୟ ପରିସର ଉଚ୍ଚତା ସହିତ ଦକ୍ଷିଣ ଆଡକୁ ଢଳିଛି । ୨୫ ଜୁନ୍ ପାଖାପାଖି ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଯାହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେଇପାରେ । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବଡ଼ ବର୍ଷା ହେବାର ଆଶଙ୍କା ରହିଛି ଆଉ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
୨୫ ଜୁନରୁ ୨୬ ଜୁନ ମଧ୍ୟରେ ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୬ ଜୁନରୁ ୨୭ମଧ୍ୟରେ ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । 24ତାରିଖ ପାଇଁ ପୁରା ରାଜ୍ୟକୁ ବର୍ଷା ଓ ବଜ୍ରପାତ ଜନିତ ଓ୍ବାର୍ଣିଂ ଜାରି କରାଯାଇଛି । ଅର୍ଥାତ ଓଡ଼ିଶାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ଓ ଝଟକା ପବନର ବେଗ 30ରୁ40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।। ତା ସହିତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଜ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଂଗପୁର, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହଘତି ସହ ଝଟକା ପବନର ବେଗ 30ରୁ40 କିଲୋମିଟର ପ୍ରତି ଘଣ୍ଟାରେ ବହିବାର ସମ୍ଭାବନା ରହିଛି ।
ଘୂର୍ଣ୍ଣିଝଡ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜରି ହୋଇଛି। ଏହାର ପ୍ରଭାବରେ ରାଜ୍ୟର 5 ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ବାକି ସମସ୍ତ ଜିଲ୍ଲାକୁ ବର୍ଷା ନେଇ ୟେଲେ ଓ୍ବାର୍ଣ୍ଣି ଜାରି ହୋଇଛି । ଜୁନ 26 ତାରିଖ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ: ସେହିପରି ଘୂର୍ଣ୍ଣିବଳୟ ପ୍ରଭାବରେ 26ରୁ 27 ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭ଼୍ଜ, ଢେଙ୍କାନାଳ, ବାଲେଶ୍ବର, ଅନୁଗୋଳ, ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ବାକି ସମସ୍ତ ଜିଲ୍ଲାକୁ ସାମାନ୍ୟ ବର୍ଷା, ବିଜୁଳି ଓ ଘଡଘଡି ପାଇଁ ୟେଲେ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି 30ରୁ 40 କିମି ରହିବା ଅନୁମାନ କରାଯାଉଛି ।












Leave a Reply