ଅକ୍ଷର ବ୍ୟୁରୋ: ନବରଙ୍ଗପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରଲର-କାର ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଦୁଇ ମହିଳା ମୃତ । ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ପ୍ରଧାନୀଗୁଡା ନିକଟ ରଜାମାଟୁ ଛକ ନିକଟରେ । ଏହି ଭୟଙ୍କର ସଡକ ଦୁର୍ଘଟଣାରେ ଦୁଇ ମହିଳା ମୃତ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ପାପଡାହାଣ୍ଡି ଗୋଷ୍ଠି ସ୍ୱାସ୍ଥକେନ୍ଦ୍ରଠାରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ, ଆନ୍ଧ୍ରର ଗୋଟିଏ ପରିବାରର ଦୁଇ ମହିଳା, ଦୁଇ ପୁରୁଷ ଜଣେ ଶିଶୁ କାର ଯୋଗେ ପୁରୀଠାରୁ ନବରଙ୍ଗପୁର ଶଶୁର ଘରକୁ ଫେରୁଥିଲେ । ଏହି ସମୟରେ ଏକ ଟ୍ରଲର କଳାହାଣ୍ଡି ଅଭିମୁଖେ ଯାଉଥିବା ସମୟରେ ଉଭୟଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଥିଲା । ଘଟଣାସ୍ଥଳରେ ତୁରନ୍ତ ପୋଲିସ ଓ ଅଗ୍ନିଶମ ଟିମ୍ ପହଁଚି ୫ ଜଣକୁ ଉଦ୍ଧାର କରିଥିଲେ । ସମସ୍ତକୁ ପାପଡାହାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ଦୁଇ ମହିଳାକୁ ମୃତ ଘୋଷଣା କରିଥିଲେ । ଆଉ ତିନି ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପୂର୍ଣ୍ଣ ରହିଥିବାରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।













Leave a Reply