ସୁନ୍ଦରଗଡ଼: ସୁନ୍ଦରଗଡ଼ ସହରରେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ। ସହରର ପୋଷ୍ଟ ଅଫିସ୍ ସମ୍ମୁଖରେ ଥିବା PNB ଶାଖାରେ ଆଜି ସକାଳେ ହଠାତ୍ ନିଆଁ ଲାଗିଯାଇଥିଲା। ପ୍ରାୟ ସକାଳ ୯ଟାରୁ ୯ଟା ୩୦ ମଧ୍ୟରେ ବ୍ୟାଙ୍କ ଭିତରୁ ଧୂଆଁ ବାହାରୁଥିବା ସ୍ଥାନୀୟ ଲୋକେ ଦେଖିବା ପରେ ପୁଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ତୁରନ୍ତ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ ବାହିନୀର ଉଦ୍ୟମରେ ବ୍ୟାଙ୍କ ଭିତରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଇଛି। ତେବେ ନିଆଁ କିପରି ଲାଗିଲା, ସେନେଇ ତଦନ୍ତ ଜାରି ରହିଛି।
ପ୍ରାଥମିକ ଭାବେ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି। ଅଗ୍ନିକାଣ୍ଡ ଯୋଗୁଁ ବ୍ୟାଙ୍କର ବିଭିନ୍ନ ସାମଗ୍ରୀ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ତେବେ ଏହି ଅଗ୍ନିକାଣ୍ଡରେ ମୋଟ କେତେ ପରିମାଣର କ୍ଷୟକ୍ଷତି ହୋଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅଗ୍ନିକାଣ୍ଡର କାରଣ ଓ କ୍ଷୟକ୍ଷତି ସମ୍ପର୍କରେ ଅଧିକ ତଦନ୍ତ ପରେ ସ୍ପଷ୍ଟ ହେବ।












Leave a Reply