ଅକ୍ଷର ବ୍ୟୁରୋ: କଟକ ଏସ୍ସିବି ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ । ଆଇସିୟୁର ପ୍ରଥମ ମହଲାରେ ନିଆଁ । ସର୍ଟ ସର୍କିଟ୍ରୁ ନିଆଁ ଲାଗିଥିବା ସୂଚନା । ଆଇସିୟୁରେ ଗୁରୁତର ରୋଗୀ ଥିବାରୁ ସ୍ଥିତି ଅତ୍ୟନ୍ତ ସଂକଟାପନ୍ନ ରହିଛି । ତେବେ ନିଆଁ ଲାଗିବା ଖବର ପାଇବା ପରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁ ଲାଗିବା ପରେ ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । କିନ୍ତୁ ଏହାରି ଭିତରେ ୧୦ ରୋଗୀଙ୍କ ଜୀବନ ଯାଇଥିବା ସୂଚନା ମିଳିଛି ।
ସୂଚନା ଅନୁଯାୟୀ, ଯେଉଁ ୱାର୍ଡରେ ନିଆଁ ଲାଗିଥିଲା, ସେଠାରେ ସେହି ସମୟରେ ପ୍ରାୟ ୨୨ ଜଣ ରୋଗୀ ଚିକିତ୍ସିତ ହେଉଥିଲେ । ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସମୟ ମିଳିନଥିଲା । ଫଳରେ ଅଧିକାଂଶ ରୋଗୀ ଶ୍ୱାସରୁଦ୍ଧ ହୋଇ ଏବଂ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି । ଖବର ପାଇ ଅଗ୍ନିଶମ ବାହିନୀର ଏକାଧିକ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଏହି ଘଟଣା ପରେ ମେଡିକାଲ ପରିସରରେ ଏକ ଶୋକାକୁଳ ଓ ଆତଙ୍କିତ ପରିବେଶ ସୃଷ୍ଟି ହୋଇଛି । ବାକି ରୋଗୀମାନଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି । ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି ।












Leave a Reply