ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି; ରାଷ୍ଟ୍ରପତିଙ୍କ ଅନୁମୋଦନ

ଅକ୍ଷର ବ୍ୟୁରୋ: ସୁପ୍ରିମକୋର୍ଟରେ ପାଞ୍ଚ ଜଣ ନୂତନ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଇଛି। ସିଜେଆଇ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱାଧୀନ କଲେଜିୟମ ସମ୍ପ୍ରତି ରାଷ୍ଟ୍ରପତିଙ୍କୁ ପାଞ୍ଚ ଜଣଙ୍କ ନାମ ସୁପାରିଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତିକୁ ଅନୁମୋଦନ କରିଛନ୍ତି । ଏନେଇ ସୂଚନା କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ପ୍ରଦାନ କରିଛନ୍ତି । ଏବେ ବି ସୁପ୍ରିମକୋର୍ଟରେ ଜଣେ ବିଚାରପତିଙ୍କ ସ୍ଥାନ ଖାଲି ରହିଛି |

ସୁପ୍ରିମକୋର୍ଟରେ ନିଯୁକ୍ତ ବିଚାରପତିଙ୍କ ମଧ୍ୟରେ ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଚନ୍ଦ୍ରଶେଖରଙ୍କ ନାମ ଅନ୍ତର୍ଭୁକ୍ତ ରହିଛି। ଏହା ସହିତ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି ଶୀଳ ନାଗୁ, ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ସଞ୍ଜୀବ ସଚ୍ଚଦେବ,ଜମ୍ମୁ-କାଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଅରୁଣ ପାଲିଙ୍କ ନାମ ତାଲିକାରେ ରହିଛି । ବରିଷ୍ଠ ଆଇନଜୀବୀ ଭି. ସୁବ୍ରମଣି ମୋହନାଙ୍କୁ ମଧ୍ୟ ସୁପ୍ରିମକୋର୍ଟର ବିଚାରପତି ଭାବରେ ନିଯୁକ୍ତ କରାଯାଇଛି। ଆଇନ ମନ୍ତ୍ରଣାଳୟ ସୋମବାର ସକାଳେ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛି।

ସୂଚନାଯୋଗ୍ୟ, ୫ ମେ’ରେ କେନ୍ଦ୍ର କ୍ୟାବିନେଟ ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୩୩ ରୁ ୩୭ କୁ ବୃଦ୍ଧି କରିବା ପ୍ରସ୍ତାବକୁ ମଞ୍ଜୁରୀ ଦେଇଥିଲେ । ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ହେବା ଦ୍ୱାରା ଦୀର୍ଘ ଦିନରୁ ଅଟକି ରହିଥିବା ହଜାର ହଜାର ମାମଲାର ବୋଝ ହ୍ରାସ ପାଇବ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial