କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ।

ଅକ୍ଷର ବ୍ୟୁରୋ: କଂଗ୍ରେସ ଛାଡିଲେ ଜୟରାମ ପାଙ୍ଗୀ । ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ପିସିସି ସଭାପତିଙ୍କ ନିକଟକୁ ସେ ଆଜି ଇସ୍ତଫା ପତ୍ର ପଠାଇଛନ୍ତି । ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା ସେ କହିଛନ୍ତି । ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ନେତୃତ୍ୱ ନେଉଛନ୍ତି ଜୟରାମ । ଏହା ପୂର୍ବରୁ ସେ ବିଜେପିରେ ରହିଥିଲେ । ୨୦୨୨ ମସିହାରେ ବିଜେପି ଛାଡି ସେ କଂଗ୍ରେସରେ ଯୋଗ ଦେଇଥିଲେ । ସେବେଠାରୁ ସେ ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ପଡୋଶୀ ଆନ୍ଧ୍ର ଓ ଛତିଶଗଡର ଆଦିବାସୀ ଅଧ୍ୟୁଷିତ କିଛି ଅଞ୍ଚଳକୁ ନେଇ କେନ୍ଦ୍ର ଶାସିତ ଅଞ୍ଚଳ ଗଠନ କରିବାକୁ ଜୟରାମ ପାଙ୍ଗୀ ଦୀର୍ଘ ଦିନ ହେବ ପ୍ରୟାସ କରିଆସୁଛନ୍ତି । ଏଥିପାଇଁ ସେ ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ ଗଠନ କରିଛନ୍ତି । ଜୟରାମ ପାଙ୍ଗୀ ୨୦୧୭ ମସିହାରେ ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ । ସେ ପୂର୍ବରୁ ୪ଥର ପଟାଙ୍ଗୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ କୋରାପୁଟରୁ ଗିରିଧର ଗମାଙ୍ଗଙ୍କୁ ପରାଜିତ କରି ପ୍ରଥମ ଥର ପାଇଁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)