ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଥାନାରେ ଆତ୍ମସମର୍ପଣ କଲା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ମୁଖ୍ୟ ସହଯୋଗୀ ।

ଅକ୍ଷର ବ୍ୟୁରୋ: ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଉ ଜଣେ ଅଭିଯୁକ୍ତର ଆତ୍ମସମର୍ପଣ । ମାଷ୍ଟରମାଇଣ୍ଡ ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ମୁଖ୍ୟ ସହଯୋଗୀ ଥାନାରେ ଆତ୍ମସମର୍ପଣ କରିଛି । ବୈଦ୍ୟନାଥପୁର ଥାନାରେ ସରେଣ୍ଡର କରିଛି ବିକ୍ରମ ପଣ୍ଡାଙ୍କ ସହଯୋଗୀ ସୁଦର୍ଶନ ଜେନା । ଏହି ହତ୍ୟା ଘଟଣାରେ ଗତକାଲି ବିକ୍ରମ ପଣ୍ଡାଙ୍କୁ ପୁଲିସ୍ ଗିରଫ କରିଥିଲା । ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କୁ ଗିରଫ କରିସାରିଛି ପୁଲିସ୍ । ସୂଚନା ଅନୁଯାୟୀ ବିକ୍ରମ ପଣ୍ଡାଙ୍କୁ ଗଜପତି ନଗରସ୍ଥିତ ବାସଭବନରୁ ଉଠାଇ ଆଣି ଜେରା କରିବା ସହ ସାର୍ପସୁଟର ଚିଣ୍ଟୁକୁ ପୁଲିସ ବେଙ୍ଗାଲୁରୁରୁ ଟେକି ଆଣି ପଚାର ଉଚାର କରିଥିଲେ ପୁଲିସ୍ । ଚିଣ୍ଟୁ ନିକଟରୁ ଏକ ବନ୍ଧୁକ ଜବତ ହୋଇଥିବା ସହ ସେପଟେ ପୁରୀରୁ ଆଉ ଜଣେ ଅଭିଯୁକ୍ତଙ୍କୁ ମଧ୍ୟ ପୁଲିସ ଉଠାଇ ନେବା ସହ ସମୁଦ୍ର ବାଲିରେ ସେ ଲୁଚାଇଥିବା ଆଉ ଏକ ବନ୍ଧୁକ ବି ଜବତ ହୋଇଥିଲା ।

ଜଣେ କର୍ପୋରେଟର ଓ ଛାତ୍ରନେତାଙ୍କୁ ମିଶାଇ ମୋଟ ୧୫ ଜଣଙ୍କୁ ପୁଲିସ ଅଟକ ରଖି ତଦନ୍ତ ଚଳାଇଛି । ସେପଟେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେବା ପରେ ତାଙ୍କ ଘର ବାହାରେ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଥିଲା । ବିକ୍ରମ ପଣ୍ଡାଙ୍କ ସମର୍ଥକଙ୍କ ସମେତ ଅନେକ ଆଇନଜୀବୀ ସେଠାରେ ଏକତ୍ରିତ ହୋଇଥିଲେ । ଗଞ୍ଜାମ ବିଜେଡି ପକ୍ଷରୁ ବିକ୍ଷୋଭ ମଧ୍ୟ କରାଯାଉଛି । କିନ୍ତୁ ଏହାରି ଭିତରେ ବିକ୍ରମଙ୍କୁ ଗିରଫ କରିଥିଲା ପୁଲିସ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ । ପୁଲିସ ତାକୁ ଅଟକ ରଖିଥିବା ସୂଚନା ରହିଛି । ମୁଖ୍ୟ ସାର୍ପସୁଟର ଚିଣ୍ଟୁକୁ ବେଙ୍ଗାଲୁରୁରୁ ଉଠାଇ ଆଣିଲା ପୁଲିସ । ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ ବି ଜବତ ହୋଇଛି । ଉଲ୍ଲେଖଥାଉ କି, ଗତ କୁମାର ପୂର୍ଣ୍ଣିମା ରାତିରେ ଆଇନଜୀବୀ ପୀତବାସଙ୍କୁ ତାଙ୍କ ଘର ପାଖ ରାସ୍ତା ଉପରେ ଗୁଳି କରି ହତ୍ୟା କରାଯାଇଥିଲା । ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ ପଣ୍ଡା ଗିରଫଦାରୀ ନେଇ ବିଜେଡି ବିକ୍ଷୋଭ ସମାବେଶ କରିଥିଲା । ଏଥିରେ ବିଜେଡିର ବରିଷ୍ଠ ବିଧାୟକଙ୍କ ସମେତ ନେତା ମଧ୍ୟ ସାମିଲ ହେବେ ବୋଲି ବିଜେଡ଼ି ବିଧାୟକ ଗଣେଶ୍ୱର ବେହେରା କହିଛନ୍ତି । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)