ମିଳିଲା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ; ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅକ୍ଷର ବ୍ୟୁରୋ : ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଯୋଗ୍ୟ ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା | ପୁରୀ ତାଳବଣିଆ ଠାରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ଅଛନ୍ତି।



ଏହି ଯୋଜନା ଜରିଆରେ ଆଜି ୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀ  ପାଇବେ ସୁଭଦ୍ରା ଟଙ୍କା |   ଗ୍ରିଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗରୁ ୩୬ ହଜାର ୩୮୫ ଜଣ ପାଇବେ ସୁଭଦ୍ରା ଟଙ୍କା |  ଯେଉଁମାନେ ୨୧ ବର୍ଷ ସେମାନଙ୍କ ପାଇଁ ଏହା ଦ୍ବିତୀୟ କିସ୍ତି । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)