ଆଜି ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି

ଅକ୍ଷର ବ୍ୟୁରୋ : ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଯୋଗ୍ୟ ମହିଳା ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ପୁରୀ ତାଳବଣିଆ ଠାରେ ଆୟୋଜନ ହୋଇଥିବା ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ |

ଏହି ଯୋଜନାରେ ମୋଟ ୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ଜଣ ଆବେଦନ କରିଥିବା ବେଳେ ଏକ କୋଟି ୨ଲକ୍ଷ ୧୨ହଜାର ୬୬୫ଜଣ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା। ଗ୍ରୀଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗ ରୁ ୩୬ ହଜାର ୩୮୫ ଜଣ ପାଇବେ ସୁଭଦ୍ରା ଟଙ୍କା। ଏପ୍ରିଲ ମାସରେ ଯାହାକୁ ୨୧ ହେବ ସେମାନେ ଆବେଦନ କରିବେ। ଯେଉଁମାନେ ୨୧ ବର୍ଷ ସେମାନଙ୍କ ପାଇଁ ଏହା ଦ୍ବିତୀୟ କିସ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)