ଆଜିଠାରୁ ରାଜ୍ୟରେ ବଢିବ ତାତି; ୩ ଡିଗ୍ରୀ ଦିନ ତାପମାତ୍ରା ବଢିବା ନେଇ ପାଣିପାଗ କେନ୍ଦ୍ରର ଆକଳନ ।

ଅକ୍ଷର ବ୍ୟୁରୋ: ରାଜ୍ୟରେ ଆଜିଠାରୁ ବଢିବ ତାତି । ଆହୁରି ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା । ମାର୍ଚ୍ଚରୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ୩୯ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୧୩ଟି ସହରରେ ଦିନ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି । ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ । ସେପଟେ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି । ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଆଜି ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ଦିଆଯାଇଥିବା ବେଳେ କିଛି ସ୍ଥାନରେ ଦିନ ତାପମାତ୍ରା ୩ ଡିଗ୍ରୀ ଯାଏଁ ବୃଦ୍ଧି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ରହିଛି । ଆସନ୍ତା ୧୬ ତାରିଖ ସକାଳ ୮.୩୦ ଯାଏ ରାଜ୍ୟର ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)