ଅକ୍ଷର ବ୍ୟୁରୋ: ପ୍ଲଟ୍ ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ ସିନ୍ ରିକ୍ରିଏସନ୍ କଲା ଗୋପାଳପୁର ପୋଲିସ । ୩ ଦିନିଆ ରିମାଣ୍ଡରେ ଆସିଥିବା ୫ ଅଭିଯୁକ୍ତକୁ ନେଇ ପୋଲିସ ତନାଘନା କରୁଛି । ଯେଉଁଠାରେ ସୁଧୀର ଭଲିବଲ ଖେଳନ୍ତି ସେହି ପଡ଼ିଆକୁ ଅଭିଯୁକ୍ତଙ୍କୁ ନିଆଯାଇଥିଲା । ଭାବିନାରାୟଣପୁର ସ୍ଥିତ ଭଲିବଲ ପଡ଼ିଆକୁ ନେଇ ପୁଲିସ ଛାନଭିନ୍ କରିଥିଲା । କେଉଁ ସ୍ଥାନରୁ ସୁଧୀରଙ୍କୁ ଅପହରଣ କଲେ, ଅପହରଣ ପରେ କେଉଁ ସ୍ଥାନକୁ ନେଇ ପିଟି ମାରିଥିଲେ ହତ୍ୟାକାରୀ ସେସବୁର ଡେମୋ ଦେଖାଇଛନ୍ତି । ସୁଧୀରଙ୍କୁ ହତ୍ୟା ବେଳର ବର୍ବରତା ସମସ୍ତଙ୍କୁ ବିଚଳିତ କରିଛି ।
ସୂଚନାନୁଯାୟୀ, ଗତ ୧୫ ତାରିଖରେ ସୁଧୀର ପାତ୍ର ଭଲିବଲ୍ ଖେଳି ବଣଗାଁରୁ ଘରକୁ ସତ୍ୟନାରାୟଣପୁର ଫେରୁଥିବା ସମୟରେ ଅପହୃତ ହୋଇଥିଲେ । ତାଙ୍କୁ ବୁଗୁଡ଼ା ନିଆଯାଇଥିଲା । ସେଠାରେ ହତ୍ୟା କରିବା ପରେ ରାଶିପଙ୍କାଳରେ ଫିଙ୍ଗିଥିଲେ ଅଭିଯୁକ୍ତ । ହତ୍ୟାରେ ସଂପୃକ୍ତି ଅଭିଯୋଗରେ ତାଙ୍କ ଝିଆରୀ ଓ ପୁତୁରାଙ୍କ ସମେତ ୯ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଝିଆରୀ ନିବେଦିତା ପାତ୍ର, ତାଙ୍କ ପୁରୁଷ ବନ୍ଧୁ ଗାଙ୍ଗପୁର ଥାନା କାଳିଆଗୁଡ଼ା ଗାଁର କାଳୁଚରଣ ପ୍ରଧାନ ଓରଫ୍ କାଳିଆ (୨୮), ପୁତୁରା ତୁଷାର, ସୁପାରି କିଲର୍ ୟୁପି ବାରଣାସିର ଗୋଲୁ ଓରଫ୍ ଲମ୍ବୁ ଓରଫ୍ ସୂର୍ଯ୍ୟପ୍ରତାପ ସିଂହ(୨୮), ହିଞ୍ଜିଳି ଥାନା ଆଲପୁରର ଛୋଟା ଓରଫ୍ ଜିତୁନ୍ ପୋଲାଇ (୩୩), ବୁଗୁଡ଼ା ରାମନ୍ଦା ଗାଁର କମଲ ଓରଫ୍ ନାରାୟଣ ପ୍ରଧାନ, ବୁଗୁଡ଼ା ବି.ବ୍ରହ୍ମପୁର ଗାଁର ଟୁଲୁ ଓରଫ୍ ଆଶିଷ ମହାପାତ୍ର (୨୫), ହିଞ୍ଜିଳିକାଟୁ ଥାନା ଖରିଡ଼ା ଗାଁର ଶୁଭମ୍ ନାୟକ(୨୦) ଓ ପୁନରାଖଣ୍ଡି ଗାଁର ଗେଡ଼ୁ ଓରଫ୍ ଶୁଭମ ଗୌଡ଼(୨୦) ।











Leave a Reply