ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି । ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମିକୁ ସୁରକ୍ଷିତ ରଖିବା ପାଇଁ ଗଠନ ହେବ କର୍ପସ ଫଣ୍ଡ । SC/ST ଙ୍କ ଜମି ବିକ୍ରି କରିବା ପାଇଁ ହେଲେ ସେ ସିଧାସଳଖ ସରକାରଙ୍କ ପାଖକୁ ଯିବେ । SC/STଙ୍କ ଜମିକୁ ହଡପ କରି ପାରିବେ ନାହିଁ ଧନୀଲୋକ । ଏ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ଏଥର ଧନୀ ଲୋକମାନେ ଚାପ ପକାଇ ଏସସି ଓ ଏସଟିଙ୍କ ଜମିକୁ ହଡପ କରି ପାରିବେ ନାହିଁ । ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି ।
ଏ ନେଇ ଖୁବ୍ଶୀଘ୍ର କର୍ପସ ଫଣ୍ଡ ଗଠନ କରିବେ ରାଜ୍ୟ ସରକାର। ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯିବ। କମିଟିରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ସଚିବ, ନିର୍ଦ୍ଦେଶକ, ବିଶେଷଜ୍ଞ ରହିବେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଗୃହ କମିଟି, ବିଧାୟକଙ୍କ ପରାମର୍ଶ ନିଆଯିବ। ସମସ୍ତଙ୍କ ପରାମର୍ଶ ନେଇ କମିଟି ରିପୋର୍ଟ ଦେବା ପରେ ନିଷ୍ପତ୍ତି ହେବ । ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଲୋକମାନେ ଝିଅ ବାହାଘର, ଚିକିତ୍ସା, ପିଲାଙ୍କ ଉଚ୍ଚ ଶିକ୍ଷା ପାଇଁ ଜମି ବିକ୍ରି କରିବାକୁ ଚାହୁଁଥିଲେ, ସରକାର ଏହି ଜମିକୁ କିଣିବେ। ୨ରୁ ୩ ବର୍ଷ ସରକାର ସୁରକ୍ଷିତ ରଖିବେ । ଜମି ମାଲିକ ଚାହିଁଲେ ପରବର୍ତ୍ତୀ ସମୟରେ ନେବେ ବୋଲି ମନ୍ତ୍ରୀ କହିଛନ୍ତି।













Leave a Reply