ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି ।

ଅବପାତରେ ପରିଣତ ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଆଜି ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୭ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି କରାଯାଇଛି । ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ବଲାଙ୍ଗିର ଓ ରାୟଗଡ଼ା । ଅନ୍ୟପଟେ ରାଜ୍ୟର ଅନ୍ୟ ସ୍ଥାନରେ ଧୀରେ ଧୀରେ ବର୍ଷାର ପ୍ରଭାବ ହ୍ରାସ ପାଇବା ସମ୍ଭାବନା ରହିଛି । ପୁଣି ୨୩, ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ୨୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)