ପ୍ରବଳ ବର୍ଷା ଯୋଗୁଁ ଦିଲ୍ଲୀରେ ସ୍ଥିତି ବେହାଲ୍; ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ ଆଲର୍ଟ ଜାରି

ବର୍ଷାରେ ବେହାଲ ଦିଲ୍ଲୀ। ଗତକାଲି ପ୍ରବଳ ବର୍ଷା ଯୋଗୁଁ ଦିଲ୍ଲୀରେ ଜନ ଜୀବନ ବାଧାପ୍ରାପ୍ତ ହୋଇଛି। କିଛି ସ୍ଥାନରେ କୁଆପଥର ବର୍ଷା ବି ହୋଇଛି। ଲଗାଣ ବର୍ଷା ଫଳରେ ଅନେକ ତଳିଆ ଅଞ୍ଚଳରେ ଥିବା ଘରେ ପାଣି ପଶିଯାଇଛି। ବଡ଼ ବଡ଼ ଗଛ ଭାଙ୍ଗି ପଡ଼ିଥିବା ବେଳେ ବିମାନବନ୍ଦରର ମେଟାଲ ଷ୍ଟ୍ରକ୍ଟ  ଭାଙ୍ଗିରୁଜି ଯାଇଛି। ଗୋଟିଏ ପଟେ ବର୍ଷା ଯୋଗୁଁ ଖରା ଗରମରୁ ଲୋକଙ୍କୁ ଆଶ୍ୱସ୍ତି ମିଳିଛି।

ଅନ୍ୟପଟେ ବିଭିନ୍ନ ସ୍ଥାନରେ ପାଣି ଜମି ରହିବା କାରଣରୁ ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଖରାପ ପାଣିପାଗ ପାଇଁ ୪୦ଟି ବିମାନର ଗତିପଥ ବଦଳାଯାଇଛି। ସେହିପରି ୧୦୦ରୁ ଅଧିକ ବିମାନ ବିଳମ୍ବ ହୋଇଛି। ବର୍ଷା ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ପ୍ରବଳ ବର୍ଷା ପବନ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ ଆଲର୍ଟ ଜାରି କରିଛି। ତେବେ ଆଜି ବି ଦିଲ୍ଲୀରେ ପ୍ରବଳ ବର୍ଷା ସହ ୭୦ରୁ ୮୦ କିମି ବେଗରେ ପବନ ବୋହିବ ବୋଲି ପୂର୍ବାନୁମାନ କରାଯାଇଛି। 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial