ଲଘୁଚାପ ପ୍ରଭାବରେ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା, ମସ୍ୟଜୀବୀଙ୍କୁ ସମୁଦ୍ର ମନା

ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଲଘୁଚାପ ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତାକାଲି ମସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ମନା । ଲଘୁଚାପ ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରିକରାଯାଇଛି । ବୁଧବାର ମସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ୪ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସତର୍କ କରାଯାଇଛି । ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର ଏହି ୩ ଜିଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିଲା । ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ ଏବଂ ଦେବଗଡ଼ ଏହି ୬ ଜିଲାକୁ ୟେଲେ ଓ୍ବାର୍ନିଂ ଜାରି ମଧ୍ୟ ଜାରି ହୋଇଥିଲା।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)