ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ,ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକକୁ ଆଲର୍ଟ ଜାରି କରାଯାଇଛି । ସେହିପରି ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି ଘଡ଼ଘଡ଼ି ନେଇ ଚେତାବନୀ ସହ ଆଜି ପାଇଁ ୨୪ ଜିଲ୍ଲାକୁ ଝଡ଼ତୋଫାନ ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ବଢିବ । ପୁରା ରାଜ୍ୟକୁ ବିଜୁଳି ଘଡ଼ଘଡ଼ି ପାଇଁ ଚେତାବନୀ ଜାରି ହୋଇଥିବା ବେଳେ ୩ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି ହୋଇଛି । ସେହିପରି ୨୫ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)