ଆହୁରି ୩ଦିନ ବର୍ଷିବ: ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଉ ୩ ଦିନ ଯାଏଁ ଏଭଳି ସ୍ଥିତି ଜାରି ରହିବ । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଏକ ଟର୍ଫ ଲାଇନ ଏହି ଘୂର୍ଣ୍ଣିବଳୟ ଉପର ଦେଇଯାଇଛି । ଏହି ମୌସୁମୀ ଟର୍ଫ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଯାହାର ପ୍ରଭାବରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ । ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ଝାରସୁଗୁଡା , ସମ୍ବଲପୁର,ଦେଓଗଡ଼, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର,ବରଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲା । ତେବେ ଏହି ଜିଲ୍ଲାମାନଙ୍କରେ ବଜ୍ରପାତ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ସେହିପରି ୬ ତାରିଖ ଯାଏଁ ଅତିରୁ ଅତି ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)