ରାଜ୍ୟରେ ଲଘୁଚାପ ପ୍ରଭାବରେ ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ପଶ୍ଚିମ କେନ୍ଦ୍ରୀୟ ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଧୀରେ ଧୀରେ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରିବ । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶନିବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିର ଅନେକ ସ୍ଥାନରେ ଅଧିକ ବର୍ଷା ଆଶଙ୍କା ଅଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ରବିବାର ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୧୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରାୟଗଡ଼ାରେ ୪୧.୪ ମିମି ବର୍ଷା ରେକର୍ଡ ହୋଇଛି । ନୟାଗଡ଼ରେ ୩୩.୨, କୋରାପୁଟରେ ୨୦.୪, ଝାରସୁଗୁଡ଼ାରେ ୧୮.୪, କଟକରେ ୧୨.୪ ଓ ଗୋପାଳପୁରରେ ୧୦.୯ ମିମି ବର୍ଷା ରେକର୍ଡ ହୋଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)