ଆଜି ଲୋକସେବା ଭବନଠାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ।

ଅକ୍ଷର ବ୍ୟୁରୋ: ଆଜି ଲୋକସେବା ଭବନରେ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ ଏବଂ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟଙ୍କ ଉପସ୍ଥିତି ଥିଲେ । ଅନୁଷ୍ଠିତ ଏହି ବୈଠକରେ ବରଗଡ଼ ଜିଲ୍ଲାର ସାଧାରଣ ବଣ୍ଟନ ବ୍ୟବସ୍ଥା ଓ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଉପୁଜୁଥିବା ସମସ୍ୟା ବିଷୟରେ ଆଲୋଚନା କରାଯାଇଥିଲା । ବିସୃତ ଆଲୋଚନା ପରେ ଜନସାଧାରଣଙ୍କ ସମସ୍ତ ସମସ୍ୟାକୁ ଦୃଷ୍ଟିରେ ରଖି ଏବଂ ବଣ୍ଟନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ଜନହିତକାରୀ କରିବା ପାଇଁ ମନ୍ତ୍ରୀ ସମ୍ପୃକ୍ତ ଅଧିକାରୀମାନଙ୍କୁ ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)