ଭୋରୁ ଭୟଙ୍କର ସଡ଼କ ଦୁର୍ଘଟଣା: ଭଷ୍ମାରେ ରାସ୍ତାକଡ଼କୁ ଖସି ଚୂରମାର ହେଲା କାର୍, ଜଣେ ମୃତ; ୨ ଗୁରୁତର

ଅକ୍ଷର ବ୍ୟୁରୋ: ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ଅନ୍ତର୍ଗତ ସିଙ୍ଗେରମୁଣ୍ଡା ନିକଟରେ ସୋମବାର ଭୋର ସମୟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ (ନମ୍ବର JH-04F-8639) ହଠାତ୍ ରାସ୍ତାକଡ଼ ପଡ଼ିଆକୁ ଖସିପଡ଼ିବାରୁ ଗାଡ଼ିଟି ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।

ପ୍ରାଥମିକ ସୂଚନା ଅନୁସାରେ, କାର୍‌ଟି କୌଣସି ଅନ୍ୟ ଗାଡ଼ିର ଧକ୍କାରେ ଦୁର୍ଘଟଣାଗ୍ରସ୍ତ ହୋଇଛି ନା ଚାଳକ ଭାରସାମ୍ୟ ହରାଇଥିଲେ, ସେନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିନାହିଁ। ପୁଲିସ ସମସ୍ତ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି। ସକାଳ ପ୍ରାୟ ୫ଟା ୩୦ ମିନିଟ୍ ସମୟରେ ଜଣେ ସ୍ଥାନୀୟ ବ୍ୟକ୍ତି ରାସ୍ତାକଡ଼ରେ ଦୁର୍ଘଟଣାଗ୍ରସ୍ତ କାର୍‌ଟିକୁ ଦେଖି ଭଷ୍ମା ପୁଲିସକୁ ସୂଚନା ଦେଇଥିଲେ। ଖବର ପାଇ ଭଷ୍ମା ପୁଲିସ ଓ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି କାର୍‌ ଭିତରେ ଫସି ରହିଥିବା ଆହତମାନଙ୍କୁ ଉଦ୍ଧାର କରି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ।

ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରିଛି। ଘଟଣାରେ ମୃତ ଓ ଆହତ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡ଼ିନଥିବାବେଳେ ସେମାନଙ୍କ ପରିଚୟ ଚିହ୍ନଟ ପାଇଁ ପ୍ରୟାସ ଚାଲିଛି। ଦୁର୍ଘଟଣାର ପ୍ରକୃତ କାରଣ କ’ଣ ଏବଂ କିପରି କାର୍‌ଟି ରାସ୍ତାକଡ଼କୁ ଖସିପଡ଼ିଲା, ସେନେଇ ଭଷ୍ମା ପୁଲିସ ବିସ୍ତୃତ ତଦନ୍ତ ଚଳାଇଛି। ତଦନ୍ତ ରିପୋର୍ଟ ଆସିବା ପରେ ଦୁର୍ଘଟଣାର ପ୍ରକୃତ ଚିତ୍ର ସ୍ପଷ୍ଟ ହେବ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial