ଅକଭାନ୍ ପ୍ରଭାବ: ଭଦ୍ରକରେ ସ୍କୁଲ, କଲେଜ ସହ ଅଙ୍ଗନବାଡ଼ି ବନ୍ଦ

ଅକ୍ଷର ବ୍ୟୁରୋ: ବାତ୍ୟା ‘ଅକଭାନ୍’ ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କାକୁ ନେଇ ସତର୍କ ହୋଇଛି ଜିଲ୍ଲା ପ୍ରଶାସନ। ସମ୍ଭାବ୍ୟ ବର୍ଷା ଓ ଜଳବନ୍ଦୀ ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି। ଭଦ୍ରକ ଜିଲ୍ଲାରେ ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ସେହିପରି ଯାଜପୁର ଜିଲ୍ଲାରେ ମଧ୍ୟ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳମଗ୍ନ ସ୍ଥିତି ଏବଂ ସମ୍ଭାବ୍ୟ ଜଳବନ୍ଦୀ ଆଶଙ୍କା ଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ପଦକ୍ଷେପ ନିଆଯାଇଛି। ଯାଜପୁର ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ପାଣିପାଗ ସ୍ଥିତିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial