ଭୁବନେଶ୍ୱରରେ ପହଁଚିଲେ ଭାରତୀୟ ସ୍ଥଳ ସେନା ମୁଖ୍ୟ; ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ଉପେନ୍ଦ୍ର ଦ୍ୱିବେଦୀ ।

ଅକ୍ଷର ବ୍ୟୁରୋ: ଭୁବନେଶ୍ୱରରେ ପହଁଚିଲେ ଭାରତୀୟ ସ୍ଥଳ ସେନା ମୁଖ୍ୟ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ । ଭୁବନେଶ୍ୱରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟରେ ୧୨୦ ବାଟାଲିୟନ ଅଭିମୁଖେ ବାହାରିଛନ୍ତି । ବାଟାଲିୟନରେ ରାତ୍ରୀ ରହଣି ଓ ଭୋଜନର କାର୍ଯ୍ୟକ୍ରମ ରହିଛି ।

ଆସନ୍ତାକାଲି ପୁରୀ, ଗୋପାଳପୁରରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପୁରୀ ଯାଇ ଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବେ । ପରେ ସ୍ୱତନ୍ତ୍ର ବିମାନ ଯୋଗେ ଗୋପାଳପୁର ଯିବେ । ଆର୍ମି ଏୟାର ଡିଫେନ୍ସ କଲେଜ ଯାଇ ସେଠାରେ ସେନା ତାଲିମ ବ୍ୟବସ୍ଥାର ସମୀକ୍ଷା କରିବେ । ସେନା ଅଧିକାରୀ ଓ ପୂର୍ବତନ ସୈନିକଙ୍କ ସହ ଆଲୋଚନା କରିବେ । ଫିଲ୍ଡ ଫାୟାରିଙ୍ଗ ରେଞ୍ଜରେ ଲାଇଫ ଫାୟାରିଙ୍ଗ ପ୍ରଦର୍ଶନ ହେବାର କାର୍ଯ୍ୟକ୍ରମ ରହିଛି । ୨୯ରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)