ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ରାଜ୍ୟରେ ବନ୍ଦ ହେଲା ପାନ ମସଲା, ଗୁଟଖା, ଖଇନି ଆଦି ମାଦକ ପଦାର୍ଥ ।

ଅକ୍ଷର ବ୍ୟୁରୋ: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ରାଜ୍ୟରେ ବନ୍ଦ ହେଲା ପାନ ମସଲା, ଗୁଟଖା, ଖଇନି ଆଦି ମାଦକ ପଦାର୍ଥ । ରାଜ୍ୟରେ ପାନ ମସଲା, ଗୁଟଖା, ଖଇନିରେ ପ୍ରତିବନ୍ଧକ ଲଗାଇଲେ ସରକାର । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଅନୁସାରେ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ କଡ଼ାକଡ଼ି ପାଳନ ହେବ ଏବଂ ଏଭଳି ମାଦକ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂକୁ ବ୍ୟାନ୍ ଲଗାଯିବା ସହ ଏହାର ବ୍ୟବସାୟ, ବିକ୍ରି, ପରିବହନରେ ପ୍ରତିବନ୍ଧକ ଲଗାଯିବ । FSSAI ଗାଇଡଲାଇନ ଅନୁସାରେ ପଦକ୍ଷେପ ନିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)