ଏସ୍‌ସିବି ଆଇସିୟୁ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ଆରମ୍ଭ; ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍ କରୁଛନ୍ତି ତଦନ୍ତ ।

ଅକ୍ଷର ବ୍ୟୁରୋ: ଏସ୍‌ସିବି ଆଇସିୟୁରେ ଅଗ୍ନିକାଣ୍ଡ ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଏହାରି ଭିତରେ ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଟିମ୍ ଅଗ୍ନିକାଣ୍ଡ ସମ୍ପର୍କରେ ନର୍ସ ଓ କର୍ମଚାରୀଙ୍କୁ ପଚରାଉଚରା କରୁଛନ୍ତି ।

ସୂଚନା ଅନୁଯାଇ, ମାର୍ଚ୍ଚ ୧୬ ତାରିଖରେ ଏସ୍‌ସିବି ମେଡିକାଲ୍ ଆଇସିୟୁରେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡରେ ଟ୍ରମା ବିଲ୍ଡିଂରେ ପ୍ରଥମ ମହଲାରେ ଥିବା ଆଇସିୟୁ ଛାରଖାର ହୋଇଯାଇଥିବା ବେଳେ ଏହାର ସମ୍ମୁଖରେ ଥିବା ଅପରେସନ୍ ଥିଏଟର (ଓଟି)ରେ ଧୂଆଁ ଧାସ ବାଜିଥିଲା । ଓଟିରେ ବିଶେଷ କିଛି କ୍ଷତି ହୋଇନଥିଲେ ମଧ୍ୟ ତାହା ମାର୍ଚ୍ଚ ୧୬ ତାରିଖରୁ ବନ୍ଦ ରହିଛି । ଏହି ଅଗ୍ନିକାଣ୍ଡରେ ୧୨ଜଣ ରୋଗୀଙ୍କ ମୃତ୍ୟୁ ଘଟିଥିଲା । ଯାହାକୁ ନେଇ ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳ ନ୍ୟାୟିକ ତଦନ୍ତ କରିବେ । ଏହି ତଦନ୍ତରେ ସଂପୂର୍ଣ୍ଣ ସହଯୋଗ କରିବା ପାଇଁ ଏସସିବିର ସମସ୍ତ ଅଧିକାରୀମାନଙ୍କୁ ନିର୍ଦେଶ ଦିଆଯାଇଛି । ତଦନ୍ତରେ କାହାର ଅବହେଳା ଜଣାପଡ଼ିଲେ ବା କେହି ଦୋଷୀ ସାବ୍ୟସ୍ତ ହେଲେ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)