ଅକ୍ଷର ବ୍ୟୁରୋ: ଭିଜିଲାନ୍ସ ଜାଲରେ ରେଞ୍ଜର । ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଏକାସାଙ୍ଗେ ୫ଟି ସ୍ଥାନରେ ଚାଲିଛି ରେଡ୍ । ଏହି ଚଢାଉରେ ବିଭିନ୍ନ କାଗଜପତ୍ର ଜବତ ହୋଇଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଚଢାଉ ହୋଇଛି । ଶନିବାର ସକାଳୁ ସକାଳୁ ଭିଜିଲାନ୍ସର ଏକାଧିକ ଟିମ୍ ପକ୍ଷରୁ ୫ଟି ସ୍ଥାନରେ ଚାଲିଛି ଚଢାଉ । ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସଭବନ ଓ ସରକାରୀ କାର୍ଯ୍ୟାଳୟ ରହିଛି । ତେବେ ଏହି ଚଢାଉରେ ଭିଜିଲାନ୍ସକୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।
ଭିଜିଲାନ୍ସ ଜାଲରେ ଜଗତସିଂହପୁର ବନବିଭାଗ ରେଞ୍ଜର; ସକାଳୁ ସକାଳୁ ଭିଜିଲାନ୍ସର ଟିମ୍ ପକ୍ଷରୁ ୫ଟି ସ୍ଥାନରେ ଚଢାଉ ।












Leave a Reply