୨୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ । ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି । ସଦର ମହକୁମା ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରଦେଶ ନାୟକ । ବିଦ୍ୟୁତ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିଲେ । ସେହି ସମୟରେ ମାଡିବସିଲା ଭିଜିଲାନ୍ସ । ଜୁନିଅର ଇଞ୍ଜିନିୟରଙ୍କ ସହ ଜଡିତ ଦୁଇଟି ସ୍ଥାନରେ ଏକକାଳୀନ ରେଡ୍‌ ଚାଲିଛି । ତେବେ କୋରାପୁଟ ଭିଜିଲାନ୍ସ ତାଙ୍କ ବିରୋଧରେ ପିଏସ ମାମଲା ନଂ ୦୧/୨୦୨୬, ୭ପିସି (ସଂଶୋଧନ) ଆଇନ, ୨୦୧୮ ଅନୁଯାୟୀ ରୁଜୁ କରି ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)