ଅକ୍ଷର ବ୍ୟୁରୋ: ରେକର୍ଡ ଭାଙ୍ଗିଲା ଝାରସୁଗୁଡ଼ା । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ ହୋଇଛି । ଯାହା ଏକ ନୂଆ ରେକର୍ଡ । ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା । ଅନ୍ୟପଟେ ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । କିନ୍ତୁ ଗରମ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ୮ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବଦଳିବ ପାଗ । ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ୮ ତାରିଖ ପାଇଁ ଜଗତସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ସେହିପରି ୯ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, କଟକ, ଯାଜପୁର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡଘଡ଼ି ସମ୍ଭାବନା ରହିଛି । ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ଅଛି ।
ରେକର୍ଡ ଭାଙ୍ଗିଲା ଝାରସୁଗୁଡ଼ା; ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା ।












Leave a Reply