ଜଷ୍ଟିସ୍ ହରିଶ ଟଣ୍ଡନ ହେଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି !

ଜଷ୍ଟିସ୍ ହରିଶ ଟଣ୍ଡନ ହେଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଆଜି ସକାଳ ୧୦ଟାରେ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ହରିଶ ଟଣ୍ଡନ। ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଉପସ୍ଥିତିରେ ଶପଥ ପାଠ କରାଯାଇଛି। ଓଡ଼ିଶା ହାଇକୋର୍ଟ ପରିସରରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହୋଇଛି । ଏହି ଅବସରରେ ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ, ହାଇକୋର୍ଟର ସମସ୍ତ ବିଚାରପତି, କର୍ମଚାରୀ, ବାର ଆସୋସିଏସନ୍‌ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି।

ସୂଚନା ଅନୁଯାୟୀ, ଜାନୁଆରୀ ୧୯ ତାରିଖରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅବସର ନେଇଥିଲେ । ତା’ ପରଠୁ ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ଖାଲି ରହିଥିଲା। ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନା ଅସ୍ଥାୟୀ ଭାବେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବରେ କାର୍ଯ୍ୟ ତୁଲାଉଥିଲେ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)