ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ଆସନ୍ତା ୭ ତାରିଖ ଯାଏଁ ବର୍ଷା ପବନ ହେବାର ସମ୍ଭାବନା ରହିଛି। ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅରେଞ୍ଜ ୱାର୍ଣ୍ଣିଂରେ ଥିବା ଜିଲ୍ଲାର କିଛି ସ୍ଥାନରେ ବର୍ଷା ସହ କୁଆପଥର ମାଡ ହୋଇପାରେ। ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ସେହିପରି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ରାଜ୍ୟରେ ଆହୁରି ୫ଦିନ କାଳବୈଶାଖୀ ସମ୍ଭାବନା ରହିଛି। ଆସନ୍ତା ୭ ତାରିଖ ଯାଏଁ ଏଭଳି ପାଗ ରହିବା ନେଇ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତାକାଲି ଉତ୍ତର ଓଡିଶା ,ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିଭଳି ୪ ଓ ୫ ତାରିଖରେ କିଛିକିଛି ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।















Leave a Reply